Latest Odisha News

ଇତିହାସରେ ମାତୃ ଦିବସ; କେବେଠୁ ଓ କାହିଁକି ହେଉଛି ପାଳନ, ଜାଣନ୍ତୁ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ମାତୃ ଦିବସ । ମାଆର ବାତ୍ସଲ୍ୟ ମମତା, ତ୍ୟାଗ, ବଳିଦାନକୁ ସମ୍ମାନ ଜଣାଇ ପ୍ରତିବର୍ଷ ମେ ମାସର ଦ୍ୱିତୀୟ ରବିବାରକୁ ମଦର୍ସ ଡେ ଭାବେ ପାଳନ କରାଯାଇଥାଏ ।

ଇତିହାସ:

୧୮୬୧ରୁ ୧୮୬୫ ମସିହା ପର୍ଯ୍ୟନ୍ତ ଯୁକ୍ତରାଷ୍ଟ୍ର ଆମେରିକାରେ ଦାସତ୍ୱ ପ୍ରଥା ଯୋଗୁ ସଂଘର୍ଷ ଲାଗି ରହିଥିଲା। ସେହି ସମୟରେ ଜଣେ ସାଧାରଣ ମହିଳା ରୁଗ୍ଣ, ଅସହାୟ ଓ ଆହତମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ତାଙ୍କ ଉତ୍ସର୍ଗୀକୃତ ସେବା ଯୋଗୁଁ ସେ ସମସ୍ତଙ୍କଠାରେ ଆଦରଣୀୟା ଥିଲେ। ତାଙ୍କ ବିୟୋଗ ପରେ, ତାଙ୍କର ସୁକନ୍ୟା ଆନ୍ନା ଜାର୍ଭିସ୍ ନିଜର ସ୍ନେହମୟୀ ମାଆଙ୍କର ସ୍ମୃତି ରକ୍ଷା ନିମେନ୍ତ ପ୍ରଥମ ଥର ପାଇଁ ପାଳନ କରିଥିଲେ ‘ମାତୃ ଦିବସ’।

୧୯୧୪ ମସିହାରେ ରାଷ୍ଟ୍ରପତି ଉଡ୍ର ଓ୍ଵିଲ୍ସନ୍ ଏହି ସେବାକାରିଣୀ ମାଆଙ୍କ ସ୍ମୃତି ରକ୍ଷା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ ମାସର ଦ୍ୱିତୀୟ ରବିବାରକୁ ‘ମାତୃ ଦିବସ’ ରୂପେ ପାଳନ ପାଇଁ ଘୋଷଣା କରିଥିଲେ। ପରେ ତାହା ଆମେରିକୀୟମାନଙ୍କ ଲାଗି ଏକ ଜାତୀୟ ଦିବସର ମାନ୍ୟତା ପାଇଥିଲା। ବିଶ୍ୱର ଅନେକ ରାଷ୍ଟ୍ରରେ ଏହି ଦିବସ ପାଳନ ହେଉଥିବାବେଳେ ଆମ ଦେଶରେ ମଧ୍ୟ ମେ ମାସ ଦ୍ୱିତୀୟ ରବିବାରକୁ ମାତୃ ଦିବସ ଭାବେ ପାଳନ କରାଯାଉଛି।

Comments are closed.