ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହାନଙ୍କ ରବିବାର ଦିନ ପରଲୋକ ଘଟିଛି ।
ଏହି ରାଜନେତାଙ୍କ ବିୟୋଗରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 10, 2020
ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ବିଟ କରି ଶୋକ ବ୍ୟକ୍ତ କରିଛନ୍ତି।
Saddened to learn of the untimely demise of Subash Chauhan ji.
He was a notable political leader of Western Odisha & was the serving Chairman of the Western Odisha Development Council. A promising public career cut short in its prime.
Condolences to his family.
Om Shanti 🙏🙏🙏— Baijayant Jay Panda (@PandaJay) May 10, 2020
ବଜରଙ୍ଗ ଦଳର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାଷ ଚୌହାନଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l ସେ ହିନ୍ଦୁତ୍ୱବାଦର ଜଣେ ନୀରବ ସାଧକ ଥିଲେ l ଆଜି ଭାରତମାତା ତାର ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଲା l pic.twitter.com/bvG4nvMxr0
— Jual Oram (@jualoram) May 10, 2020
ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି।
ଶ୍ରୀଯୁକ୍ତ ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (@dpradhanbjp) May 10, 2020
ସୂଚନାଯୋଗ୍ୟ, ଲିଭର କ୍ୟାନସରରେ ପୀଡିତ ଥିବା ସ୍ବର୍ଗତଃ ସୁବାସଙ୍କର ଗତକାଲି ବିଳମ୍ବିତ ରାତି ୩.୩୦ରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା।
ଅଧିକ ପଢନ୍ତୁ- ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ
Comments are closed.