ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୯୭୦ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୬୪୯ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୨୭,୯୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୨୬,୯୭୪ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୦୩,୪୦୭ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୭,୦୪,୨୭୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.