ଭୁବନେଶ୍ୱର: ଓଡ଼ିଶାରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୦୭ ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୭୩୮ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୩,୪୩୮ ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୪୫, ୪୮୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧,୦୯,୦୪୩ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୩୦,୦୮୪ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୨୦,୩୭,୮୩୪ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.