Latest Odisha News

ଶ୍ରୀମନ୍ଦିର ‘ଗରାବଡୁ’ ସେବକଙ୍କ ଲାଗି କରୋନା ସଚେତନତା ଶିବିର ଅନୁଷ୍ଠିତ

ପୁରୀ:  ପୁରୀ ନୀଳାଦ୍ରୀ ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁରୀ ସ୍ୱାସ୍ଥ୍ୟ ବିଭାଗଙ୍କ ସହଯୋଗରେ କରୋନା ଭୂତାଣୁ ସମ୍ପର୍କରେ ‘ଗରାବଡୁ’ ସେବକମାନଙ୍କ ନିମନ୍ତେ ସଚେତନତା ଶିବିର ଶ୍ରୀମନ୍ଦିର ପ୍ରଶାସକ, ଉନ୍ନୟନ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ଜିଲ୍ଲା ପ୍ରଶାସନର ଅତିରିକ୍ତ ଜିଲ୍ଲାପାଳ ବିନୟ କୁମାର ଦାଶ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ନୀଳକଣ୍ଠ ମିଶ୍ର ଏବଂ ଉପ ସ୍ୱାସ୍ଥ୍ୟ ଅଧିକାରୀ ଦେବୀ ପ୍ରସାଦ ମହାପାତ୍ର, ଶ୍ରୀମନ୍ଦିର ପରିଚାଳନା କମିଟି ସଭ୍ୟ ମାଧବ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହିଥିଲେ ।

ଅଧିକ ପଢନ୍ତୁ – ଜୋର୍‌ଦାର୍ ଚାଲିଛି ରଥ ନିର୍ମାଣ; ଅସ୍ଥାୟୀ ଶାଳରେ ତିଆରି ହେଲା ଅଗପାତେଳୀ, ଗରଗରା କଣ୍ଟା

ସଚେତନତା ଶିବିରରେ ଗରାବଡୁ ନିଯୋଗର ସଭାପତି ଓ ସମ୍ପାଦକଙ୍କ ସହ ସମସ୍ତ ଗରାବଡୁ ସେବକମାନେ ଉପସ୍ଥିତ ରହି କରୋନା ଭୂତାଣୁ ସଂକ୍ରମଣ ଠାରୁ ରକ୍ଷା ପାଇବା ପାଇଁ ସଚେତନ କରାଇଥିଲେ ।
ଆଜି ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ରଥ ନିର୍ମାଣରେ ସମ୍ପୃକ୍ତ ସେବକମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା । ସମସ୍ତ ସେବକ ସୁସ୍ଥ ଥିବା ଜଣାଯାଇଛି ।
Leave A Reply

Your email address will not be published.