Latest Odisha News

BREAKING NEWS

କୋଭିଡ-୧୯ ବିରୋଧୀ ସଂଗ୍ରାମରେ ଓଡ଼ିଶାର ସ୍ଥିତି ଭଲ ଅଛି: ନବୀନ

ଭୁବନେଶ୍ୱର: ଦୁଇ ମାସ ଧରି ସାରା ଦୁନିଆ ଏକ ବଡ ଜଟିଳ ପରିସ୍ଥିତିର ସାମ୍ନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ଓଡିଶା ବି କୋଭିଡ ବିରୁଦ୍ଧରେ ଯୁଦ୍ଧ ଜାରି ରହିଛି । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜ ଭିଡିଓ ବାର୍ତ୍ତାରେ କହିଛନ୍ତି ।

ସେ କହିଛନ୍ତି, ଦୁଇ ମାସ ପୂର୍ବେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା । ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି।

ଓଡିଶାରେ କରୋନା ଜନିତ ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍ । କରୋନା ପୀଡିତମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି । ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି। ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ ବୋଲି ନବୀନ କହିଛନ୍ତି।

ଏଥିସହ ସେ କରୋନା ଯୋଦ୍ଧାଙ୍କୁ ପ୍ରଶଂସା ମଧ୍ୟ କହିଛନ୍ତି । ସେ କହିଛନ୍ତି, ଏହି ସଫଳତା ପଛରେ କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା ରହିଛି ।

Leave A Reply

Your email address will not be published.