Latest Odisha News

BREAKING NEWS

କରୋନା ଅପଡ଼େଟ୍: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ରବିବାର ଦିନ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୦ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।

ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୨,୨୭୫ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫୧୮୫ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୮୬,୯୩୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୬୦,୪୪୩ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୭୧,୦୦୭ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୨୭,୩୮,୩୦୫ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Comments are closed.