Latest Odisha News

BREAKING NEWS

ଦିନ ୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଏହାବ୍ୟତିତ ବିଭିନ୍ନ ସ୍ଥାନରେ ବର୍ଷା ସହ ଘଣ୍ଟାପ୍ରତି ୪୦-୫୦କିମି. ବେଗରେ ପବନ ବହିବାର ଆଶଙ୍କା ରହିଛି ।

Leave A Reply

Your email address will not be published.