Latest Odisha News

ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରବିବାର ଦିନ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ପାଣିପାଗ ବିଭାଗର ଜାରି ବୁଲେଟିନ ଅନୁସାରେ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ଉପକୂଳରେ ସୃଷ୍ଟ ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହୋଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।

ଏହାର ପ୍ରଭାବରେ, ଆସନ୍ତା ଜୁନ୍ ୯ରୁ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ଏବଂ କିଛି କିଛି ଜିଲ୍ଲାକୁ ହଳଦିଆ ଏବଂ କମଳା ଚେତାବନୀ ଦିଆଯାଇଛି।

ଜୁନ୍ ୮ (ହଳଦିଆ ଚେତାବନୀ)

କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ବଲାଙ୍ଗୀର, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ନବରଙ୍ଗପୁର।

ଜୁନ୍ ୯ (ହଳଦିଆ ଚେତାବନୀ)
କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେଓଗଡ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି

ଜୁନ୍ ୧୦ (ହଳଦିଆ ଚେତାବନୀ)
ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଏବଂ ଜଗତସିଂହପୁର

ଜୁନ୍ ୧୧ (କମଳା ଚେତାବନୀ)
କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ

Comments are closed.