Latest Odisha News

୧୩ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲା ଗୁଡିକ ମଧ୍ୟରେ ରହିଛି- ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, କେନ୍ଦ୍ରାପଡା, ନୂଆପଡା, କଳାହାଣ୍ଡି, ରାୟଗଡା, କଟକ, ଖୋର୍ଦ୍ଧା (ଭୁବନେଶ୍ୱର) ଜଗତସିଂହପୁର, ସମ୍ବଲପୁର ଓ ବଲାଙ୍ଗିର ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୩ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.