Latest Odisha News

BREAKING NEWS

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୪ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୪୮ ଘଂଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ମୁହାଁଇ ୱେଲମାର୍କରେ ପରିଣତ ହେବ ।

ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ, ଉତ୍ତର ଉପକୂଳ ଓଡିଶାର ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଗଞ୍ଜାମ, ଗଜପତି, ପୁରୀ, କାନ୍ଧମାଳ, କାଳାହାଣ୍ଡି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଙ୍କୋନାଳ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଯାଜପୁର, ଭଦ୍ରକ ଏବଂ ନୟାଗଡ଼ ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ବର୍ଷା ସହିତ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟରରେ ପହଞ୍ଚିବା ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.