Latest Odisha News

BREAKING NEWS

୧୬ ଜିଲ୍ଲାରେ ଝଡବର୍ଷା ଆଶଙ୍କା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ପୁରୀ, କୋରାପୁଟ, କଟକ (କଟକ ସହର), ଜଗତସିଂହପୁର, ଯାଜପୁର, ଦେବଗଡ, ସମ୍ବଲପୁର, ମୟୂରଭଞ୍ଜ, ନୟାଗଡ, ଖୋର୍ଦ୍ଧା (ଭୁବନେଶ୍ୱର), ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୋନପୁର ଓ ନୂଆପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.