ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୦୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ହଜାର ୧୬୩ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।
COVID-19 REPORT FOR 15th JUNE
New positive cases: 108
In quarantine: 95
Local contacts: 13(Details of local contacts will be shared by concerned District Administration)
District wise cases
1. Malkangiri: 21
2. Keonjhar: 5
3. Khordha: 7
4. Kendrapada: 9
5. Angul: 1— I & PR Department, Odisha (@IPR_Odisha) June 16, 2020
New recoveries: 146
Cumulative tested: 205501
Positive: 4163
Recovered: 2854
Active cases: 1295— I & PR Department, Odisha (@IPR_Odisha) June 16, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୩ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪୬ ଜଣ ସୁସ୍ଥ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ ଅଗ୍ନିଶମ/ଓଡ୍ରାଫ୍ କର୍ମୀ ରହିଛନ୍ତି, ଯେଉଁମାନେକି ନିକଟ ଅତୀତରେ ବାତ୍ୟା ଅମ୍ଫାନ ପୁନରୁଦ୍ଧାର ନେଇ ପଶ୍ଚିମବଙ୍ଗରୁ ଫେରିଥିଲେ ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୨୯୫ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.