Latest Odisha News

ସୁସ୍ଥ ହେଲେ ଆଉ ୯୭ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୪ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ  କଟକରୁ ୧୭ ଜଣ ଥିବା ବେଳେ ଖୋର୍ଧାରୁ ୧୬, ଗଞ୍ଜାମରୁ ୧୬ ଜଣ ଅଛନ୍ତି । ସେହିପରି କନ୍ଧମାଳରୁ ୧୪ ଜଣ ରହିଛନ୍ତି । ସେହିପରି ମୟୂରଭଞ୍ଜରୁ ୯, ଯାଜପୁରରୁ ୭, ପୁରୀରୁ ୫, ନୟାଗଡରୁ ୪, କେନ୍ଦ୍ରାପଡାରୁ ୩, ବରଗଡ ଓ କେଉଁଝରରୁ ୨ଜଣ ଲେଖାଏଁ, ଢେଙ୍କାନାଳ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ଗୁରୁବାର ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

 

Comments are closed.