Latest Odisha News

BREAKING NEWS

ଓଡିଶାରେ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୪୭୦ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୮ ଜିଲ୍ଲାରୁ ଏହି ୧୬୭ ଜଣ ନୂଆ ଆକ୍ରାନ୍ତ ବାହାରିଥିବା ବେଳେ ପାଖାପାଖି ୧୪୩ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ । ସେଥିମଧ୍ୟରେ୧୫୮୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୮୬୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.