Latest Odisha News

ଓଡିଶାର ୨୩ ଜିଲ୍ଲାରୁ ନୂଆ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୬୧୪ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୩୦ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୩ ଜିଲ୍ଲାରୁ ଏହି ୨୬୪ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୧୮୪ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୯୮୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୬୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୮ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.