ଗଞ୍ଜାମ: ସଙ୍କଟରେ ପ୍ରବାସୀ ଶ୍ରମିକଙ୍କ ଭବିଷ୍ୟତ । ଯଥାଶୀଘ୍ର କିଛି ବ୍ୟବସ୍ଥା କରିବାକୁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି । ବର୍ତ୍ତମାନ କରୋନା ସଂକ୍ରମଣ ମୁକାବିଲା ନିମନ୍ତେ ଲକଡାଉନ ଜାରି ରହିଛି । ଫଳରେ ସମସ୍ତ ଦୋକାନ ବଜାର ଏବଂ କଳ କାରଖାନା ବନ୍ଦ ରହିଛି । ଏଣୁ ବିଭିନ୍ନ ଶିଳ୍ପ ସଂସ୍ଥାରେ କାର୍ଯ୍ୟ କରୁଥିବା ବହୁ ପ୍ରବାସୀ ଶ୍ରମିକଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ସ୍ଥିତିକୁ ଚାଲି ଆସିଛି । ଏହି ପ୍ରବାସୀଙ୍କ ଭବିଷ୍ୟତ ବର୍ତ୍ତମାନ ସଙ୍କଟରେ ରହିଛି। ଯେହେତୁ ରୋଜଗାର ବନ୍ଦ ହୋଇଯାଇଛି ତେଣୁ ଆଗାମୀ ଦିନରେ ପରିବାର ପ୍ରତିପୋଷଣ କରିବା ସେମାନଙ୍କ ନିମନ୍ତେ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ରିପୋର୍ଟ ଅନୁସାରେ ଗଞ୍ଜାମ ଜିଲ୍ଲାର ପ୍ରାୟ ୦୫ ଲକ୍ଷ ଦାଦନ ଶ୍ରମିକ ବିଭିନ୍ନ ରାଜ୍ୟରେ କାମ କରୁଥିଲେ । ବର୍ତ୍ତମାନ ସେମାନେ କାମ ହରାଇ ଘରେ ରହିଛନ୍ତି । ସରକାର ତୁରନ୍ତ ସେମାନଙ୍କୁ ଆତ୍ମ ନିଯୁକ୍ତି ଯୋଗାଇବା ନିମନ୍ତେ ପଦେକ୍ଷପ ଗ୍ରହଣ କରିବାକୁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି । ସରକାର ନିକଟରେ ଘୋଷଣା କରିଥିବା ଆର୍ଥିକ ପ୍ୟାକେଜ ଗରିବ ଓ ଅସହାୟ ଶ୍ରମିକଙ୍କ ସମସ୍ୟା ସମାଧାନ ନିମନ୍ତେ ତୁରନ୍ତ କାର୍ଯ୍ୟକାରୀ କରିବା ଆବଶ୍ୟକତା ରହିଛି ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.