ଗଞ୍ଜାମ: ଓଡିଶାରେ ଆଉ ୨ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ।
ଉକ୍ତ ୨ଟି ମାମଲା ଗଞ୍ଜାମ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସ୍ୱାସ୍ଥ୍ୟ ବିଭାଗ ଅନୁଯାୟୀ ୪୮ ଓ ୫୨ ବର୍ଷ ବୟସ୍କ ଏହି ଦୁଇ ବ୍ୟକ୍ତି ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ଘଟିଛି।
ଉଲ୍ଲେଖଯୋଗ୍ୟ, କରୋନା ହଟସ୍ପଟ୍ ବୋଲାଉଥିବା ଗଞ୍ଜାମରେ ପୂର୍ବରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୪, ବରଗଡ ୧ ଓ ପୁରୀରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।
Comments are closed.