Latest Odisha News

BREAKING NEWS

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଭାବେ ଢେଙ୍କାନାଳ, ଗଞ୍ଜାମ, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ଆସନ୍ତା ୫ ଦିନ ଲାଗି ଏହିସବୁ ଜିଲ୍ଲା ଲାଗି ରହିଛି ୟେଲ୍ଲୋ ୱାର୍ଣ୍ଣିଂ:

୧ମ ଦିନ – (ୟେଲ୍ଲୋ ୱାର୍ଣ୍ଣିଂ) – ଜୁଲାଇ ୧ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୱାର୍ଣ୍ଣିଂ ରହିଛି । ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଯେଉଁସବୁ ଜିଲ୍ଲାରେ ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା – କୋରାପସ୍ୱଙ୍କ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଜାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବଲାଙ୍ଗୀର ଜିଲ୍ଲା ।

୨ୟ ଦିନ – (ୟେଲ୍ଲୋ ୱାର୍ଣ୍ଣିଂ) – ଜୁଲାଇ ୧ ତାରିଖ ସକାଳ ୮ଟା ୩୦ରୁ ଜୁଲାଇ ୨ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସହିତ ଉପକୂଳବର୍ତ୍ତୀ ଓଡ଼ିଶା ଲାଗି ୱାର୍ଣ୍ଣି ରହିଛି । ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହିତ ବୃଷ୍ଟିପାତର ଆଶଙ୍କା ରହିଛି ।

୩ୟ ଦିନ – (ୟେଲ୍ଲୋ ୱାର୍ଣ୍ଣିଂ) – ଜୁଲାଇ ୨ ତାରିଖ ସକାଳ ୮ଟା ୩୦ରୁ ଜୁଲାଇ ୩ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶା ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା – କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ବରଗଡ଼, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲା ।

ଏହିସବୁ ଜିଲ୍ଲାରେ ବଜ୍ରପାତ ସହିତ ଝଡ଼ବର୍ଷା ସମ୍ଭାବନା – ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଗଞ୍ଜାମ ଜିଲ୍ଲା ।

୪ର୍ଥ ଦିନ – (ୟେଲ୍ଲୋ ୱାର୍ଣ୍ଣିଂ) – ଜୁଲାଇ ୩ ତାରିଖ ସକାଳ ୮ଟା ୩୦ରୁ ଜୁଲାଇ ୪ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୱାର୍ଣ୍ଣି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଯେଉଁସବୁ ଜିଲ୍ଲାରେ ହେବ ସେହି ଜିଲ୍ଲା ଗୁଡ଼ିକ ହେଲା – ଗଞ୍ଜାମ, କନ୍ଧମାଳ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲା ।

ସେହିପରି ଭାବେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଖୋର୍ଦ୍ଧା, କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୫ମ ଦିନ (ୟେଲ୍ଲୋ ୱାର୍ଣ୍ଣିଂ) – ଜୁଲାଇ ୪ ତାରିଖ ସକାଳ ୮ଟା ୩୦ରୁ ଜୁଲାଇ ୫ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବ । ତେବେ ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ସେହିପରି ଭାବେ ମୟୂରଭଞ୍ଜ, କେନ୍ଦୁଝର, କଟକ, ବାଲେଶ୍ୱର, ଭଦ୍ରକ, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳର ପାଗ ସାଧାରଣତଃ ମେଘୁଆ ରହିବ । ଝଡ଼ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ତେବେ ସହରରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରୀ ସେଲସିୟସ ରହିବାର ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

Leave A Reply

Your email address will not be published.