ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୬,୦୪,୬୪୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୧୯,୧୪୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୪୩୪ ଜଣଙ୍କର ମୃତ୍ୟୁ ଘଟିଛି।
ଏଯାବତ୍ ଦେଶରେ ୨,୨୬,୯୪୭ କରୋନା ସକ୍ରିୟ ମାମଲା ରହିଥିବା ବେଳେ ପାଖାପାଖି ୧୭,୮୩୪ ଜଣ ପ୍ରାଣ ହରାଇଛନ୍ତି।
ଆହୁରି ମଧ୍ୟ ସମସ୍ତ ୩,୫୯,୮୫୯ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
Comments are closed.