Latest Odisha News

BREAKING NEWS

କରୋନାଭାଇରସ ଆତଙ୍କ: ବିଶ୍ୱବ୍ୟାପୀ ୫ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୦,୬୯୪,୨୮୮ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।

ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୧୮୮ରୁ ଅଧିକ ଦେଶରେ ଏଯାବତ୍ ୧୦,୬୯୪,୨୮୮ରୁ ଉର୍ଦ୍ଧ୍ୱ ଲକ୍ଷ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ବେଳେ ପ୍ରାୟ ୫ ଲକ୍ଷ ୧୬ ହଜାର ୨୧୦ରୁ ଅଧିକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ଏହାବ୍ୟତିତ ପ୍ରାୟ ୫୯ଲକ୍ଷ ୩୪ ହଜାରରୁ ଅଧିକ ବ୍ୟକ୍ତି କରୋନା ସଂକ୍ରମଣରୁ ଆରୋଗ୍ୟ ହୋଇଛନ୍ତି।

ସେହିପରି ଭାରତରେ ସମୁଦାୟ ୬ ଲକ୍ଷ ବ୍ୟକ୍ତି କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏପରିକି ଏପର୍ଯ୍ୟନ୍ତ କୋଭିଡ-୧୯ରେ ସଂକ୍ରମିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରୁ ୧୭ ହଜାରରୁ ଅଧିକ କରୋନା ରୋଗୀ ପ୍ରାଣ ହରାଇଛନ୍ତି।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୮୮ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି।

Leave A Reply

Your email address will not be published.