Latest Odisha News

BREAKING NEWS

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ, ରାୟଗଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Leave A Reply

Your email address will not be published.