ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରେ ୨ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୩୬ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଜପତି ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଏହାଛଡା ଆଉ ଜଣେ ସୁନ୍ଦରଗଡ ଜିଲ୍ଲାର ୬୪ ବର୍ଷୀୟ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ।
ସୂଚନାଯୋଗ୍ୟ ଅନ୍ୟ ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କର ଦେହାନ୍ତ ହୋଇଛି । ସମ୍ପୃକ୍ତ ମହିଳା ଜଣକ ବାଲେଶ୍ୱରର ବାସିନ୍ଦା ହୋଇଥିବା ବେଳେ ସେ ଅନ୍ୟ ସ୍ୱାସ୍ଥ୍ୟଗତ କାରଣରୁ ମୃତ୍ୟୁବରଣ କରିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅଧିକ ପଢନ୍ତୁ: ଓଡିଶାରେ ୯ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
Comments are closed.