Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଅନୁଗୁଳ, ଢେଙ୍କାନାଳ, ନୟାଗଡ, କେନ୍ଦୁଝର, ବୌଦ୍ଧ, ଗଞ୍ଜାମ, ବରଗଡ, ସମ୍ବଲପୁର, ନୂଆପଡା, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟାରୁ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.