Latest Odisha News

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୬୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ସମସ୍ତ ମୃତକ ମାନେ ଗଞ୍ଜାମ ଜିଲ୍ଲାର । ତନ୍ମଧ୍ୟରେ ଜଣେ ୫୬, ୫୦ ଓ ୬୫ ବର୍ଷ ବୟସ୍କ ବ୍ୟକ୍ତି ରହିଛନ୍ତି । ଯେଉଁମାନେ କି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ସମସ୍ତେ ମଧୁମେହ ରୋଗରେ ପିଡିତ ଥିଲେ।

ଅଧିକ ପଢନ୍ତୁ: ଓଡିଶାରେ ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧। ସେଥିମଧ୍ୟରେ ୪୬୭୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୮୩୬୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏହାଛଡା ୬୪ ଜଣଙ୍କର ମୃତ୍ୟୁ ଘଟିଛି।

Comments are closed.