Latest Odisha News

ରେମୁଣା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ରାଜ୍ୟର ତୃତୀୟ ବିଧାୟକ, ଯିଏକି କରୋନାରେ ସଂକ୍ରମିତ ହୋଇଛନ୍ତି।

ଗତ ଜୁଲାଇ ୧୧ ତାରିଖରେ ଏହି ବିଜେଡି ବିଧାୟକଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇଥିଲା । ପରବର୍ତ୍ତୀ ସମୟରେ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି।

ସୂଚନାଯୋଗ୍ୟ, ପୂର୍ବରୁ ବିଜେପିର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ କରୋନା ଟେଷ୍ଟ ପଜିଟିଭ ବାହାରିବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ। ଏହାଛଡା ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ବିଧାୟକ ସୁଧାଂଶୁଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ନେଇ ସୂଚନା ମିଳିଛି।

Leave A Reply

Your email address will not be published.