ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୨୬୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯ ରେ ପହଞ୍ଚିଛି।
ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୮୪୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୪୧୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ସହ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି ।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୭ ଜିଲ୍ଲାରୁ ଏହି ୧୨୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏଯାବତ ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯ ରେ ପହଞ୍ଚିଛି । ସେଥିମଧ୍ୟରେ ୭୨୦୫ ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୩୭୪୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.