ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୧,୪୪,୩୦୫ରୁ ଅଧିକ ଟପିଲାଣି । ଏହାବ୍ୟତିତ ୪୦ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୭୬,୫୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆମେରିକାରେ ୪,୦୩୮,୮୬୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ବିଶ୍ୱ ସ୍ତରରେ ସଂକ୍ରମଣରେ ଆମେରିକା ପ୍ରଥମ ସ୍ଥାନରେ ରହିଛି । ଏଥିସହିତ ୨,୨୮୭,୪୭୫ରୁ ଅଧିକ ବ୍ୟକ୍ତି ବ୍ରାଜିଲରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏହା ଦ୍ୱିତୀୟ ସ୍ଥାନରେ ରହିଛି । ସେହିପରି ଭାରତ ୩ୟ ସ୍ଥାନରେ ରହିଛି ।
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୮୮ଟି ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।
Comments are closed.