Latest Odisha News

ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୪୦ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୧୦ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧୪୦ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ମୃତକ ମାନଙ୍କ ମଧ୍ୟରେ ଗଜପତିରୁ ୧, ଗଞ୍ଜାମରୁ ୬, ଖୋର୍ଦ୍ଧାରୁ ୧, ସୁନ୍ଦରଗଡରୁ ୧ ଓ ଭୁବନେଶ୍ୱରରୁ ଜଣେ ରହିଛନ୍ତି ।

ଜାଣନ୍ତୁ, ସମ୍ପୂର୍ଣ୍ଣ ବିବରଣୀ-

ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନା ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେ ଉଭୟ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।

ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ, ୬୦ ବର୍ଷ, ୬୦ ବର୍ଷ, ୫୧ ବର୍ଷ, ୫୫ ଓ ୬୦ ବର୍ଷର ବ୍ୟକ୍ତି ରହିଛନ୍ତି । ସେମାନଙ୍କ ମଧ୍ୟରୁ ୫୫ ବର୍ଷ ବୟସ୍କ ବ୍ୟକ୍ତି ଜଣକ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପିଡିତ ଥିବା ବେଳେ ଅନ୍ୟ ଜଣେ ୬୪ ବର୍ଷ ବୟସ୍କ ବ୍ୟକ୍ତି କିଡନୀ ସମସ୍ୟାରେ ପିଡିତ ଥିଲେ ।

ଏହାଛଡା ସୁନ୍ଦରଗଡ ଜିଲ୍ଲାର ୬୯ ବର୍ଷୀୟ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ।

ସେହିପରି ଖୋର୍ଦ୍ଧା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ଏବଂ ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଭଳି କିଛି ରୋଗରେ ପିଡିତ ଥିଲେ ।

Comments are closed.