Latest Odisha News

BREAKING NEWS

କଟକରେ ୨ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ଗୁରୁବାର ଦିନ ୯୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୪୩ରେ ପହଞ୍ଚିଛି।

BjdElectrycity

ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ।

ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ସର୍ବାଧିକ ୫୧ କଟକ ମହାନଗର ନିଗମ ଅଞ୍ଚଳର ରହିଛନ୍ତି । ସେହିପରି ବଡମ୍ବାରୁ (୧), ଆଠଗଡରୁ(୩୩), ସାଲେପୁରରୁ (୨), କଣ୍ଟପଡାରୁ (୮), କଟକ ସଦରରୁ (୨) ଓ ଆଠଗଡରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, କଟକରେ ବର୍ତ୍ତମାନ ୮୧୦ଟି ସକ୍ରିୟ ମାମଲା ରହିଥିବା ବେଳେ ୧୨୧୯ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏହାବ୍ୟତିତ ୧୧ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.