Latest Odisha News

BREAKING NEWS

ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ସେ ଲେଖିଛନ୍ତି ଯେ, ତାଙ୍କ ଦେହରେ କରୋନାର ପ୍ରାଥମିକ ଲକ୍ଷଣ ଦେଖାଦେବାରୁ ନମୂନା ପରୀକ୍ଷା କରାଇଥିଲେ । ଏହାପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ସେ ଠିକ୍ ଅଛନ୍ତି କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି । ତାଙ୍କ ସହ ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଆଇସୋଲେସନ୍ କରିବା ସହ ନିଜର କରୋନା ଟେଷ୍ଟ କରିବା ପାଇଁ ଅମିତ ଶାହା ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.