Latest Odisha News

BREAKING NEWS

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିଅମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବରୁ ତାଙ୍କ କର୍ମଚାରୀ ପଜିଟିଭ ଆସିଥିଲେ ।

ସେ ଟୁଇଟ୍ କରି ଲେଖିଛନ୍ତି, କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ ମୁଁ ଟେଷ୍ଟ କରାଇଥିଲି ଏବଂ ମୋର ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି ଏବଂ ସୁସ୍ଥ ଅଛି।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଗୁରୁଗାଁଓସ୍ଥିତ ମେଦାନ୍ତ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ପୂର୍ବରୁ ତାଙ୍କର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏକାନ୍ତବାସରେ ଥିଲେ । ଗତକାଲି ତାଙ୍କର ନମୁନା ପରୀକ୍ଷଣ ପାଇଁ ନିଆଯାଇଥିଲା । ଆଜି ତାହା କରୋନା ପଜିଟିଭ ଥିବା ଜଣାପଡ଼ିଛି ।

ପ୍ରକାଶ ଯୋଗ୍ୟ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ତାମିଲନାଡ଼ୁ ରାଜ୍ୟପାଳ ଭଓଁରିଲାଲ ପୁରୋହିତ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

Comments are closed.