Latest Odisha News

BREAKING NEWS

ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଯାଜପୁର, ଭଦ୍ରକ, କଟକ ଓ ନୂଆପଡା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ , ଅନୁଗୁଳ, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ବାଲେଶ୍ଵର, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଗଜପତି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକକୁ ମଧ୍ୟାହ୍ନ ୧୨ ଟାରୁ ଦିନ ୩ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave A Reply

Your email address will not be published.