Latest Odisha News

BREAKING NEWS

କୋଭିଡ ଯୋଦ୍ଧାଙ୍କ ପାଇଁ ସାରା ରାଜ୍ୟରେ ୧ ମିନିଟ ନିରବ ପ୍ରାର୍ଥନା, ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟାରେ ସାରା ଓଡ଼ିଶା ଏକ ମିନିଟ୍ ପାଇଁ  ନିରବ ପ୍ରାର୍ଥନା କରିଛି। କୋଭିଡ୍‌ ଯୋଦ୍ଧାମାନଙ୍କର ମାନବ ଜାତି ପ୍ରତି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରି ସମ୍ମାନ ଜଣାଇଛି ସାରା ଓଡ଼ିଶା। ୧ ମିନିଟ୍ ଲାଗି ଅଟକି ଯାଇଛି ଜୀବନଯାତ୍ରା। ରାସ୍ତଘାଟ, ଅଫିସ, ବଜାରଘାଟ ସବୁଠି ଲୋକେ କାମଛାଡ଼ି ନିରବରେ ଠିଆ ହୋଇ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ରାଜ୍ୟବାସୀ ଯିଏ ଯେଉଁଠାରେ ଥିଲେ ସେଠାରେ ଠିଆ ହୋଇ କୋଭିଡ୍ ଯୋଦ୍ଧାଙ୍କ ପ୍ରତି ସମ୍ମାନ ଜଣାଇ ନିରବ ପ୍ରାର୍ଥ‌ନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭିଡିଓ କନଫରେନ୍ସିଂ ଜରିଆ‌ରେ ରାଜ୍ୟବାସୀଙ୍କ ସହିତ ସାମିଲ ହୋଇଛନ୍ତି। ଏହାସହ ଟ୍ୱିନି ସିଟିରେ ୨ମିନିଟ ଟ୍ରାଫିକ ବନ୍ଦ ରହିଥିଲା ।

ଏହାପରେ ମୁଖ୍ୟମନ୍ତ୍ରୀ ପୂରା ରାଜ୍ୟକୁ କ‌ୋଭିଡ୍ ଯୋଦ୍ଧାଙ୍କୁ ସହଯୋଗ ଓ ସମ୍ମାନ କରିବା ଲାଗି ଶପଥ ପାଠ କରାଇଛନ୍ତି। ଏହି ଶପଥ ପାଠରେ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟକୁ ଉଚ୍ଚପ୍ରଶଂସା ସହିତ ସେମାନଙ୍କ କାର୍ଯ୍ୟରେ ସହଯୋଗ ଏବଂ ଲୋକଙ୍କ ଜୀବନର ସୁରକ୍ଷା ପାଇଁ ଜାରି ହୋଇଥିବା ସମସ୍ତ କୋଭିଡ ନିୟମକୁ କଡାକଡି ଭାବରେ ପାଳନ ପାଇଁ ସଂକଳ୍ପ ନିଆ ଯାଇଥିଲା।

Comments are closed.