Latest Odisha News

BREAKING NEWS

ଅହମ୍ମଦାବାଦର କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, ୮ ରୋଗୀ ମୃତ

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦର ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ପୁରୁଷ ଓ ତିନି ଜଣ ମହିଳା ।

ଗତକାଲି ବିଳମ୍ବିତ ରାତି ପାଖାପାଖି ସାଢ଼େ ୩ଟାରେ ନବରଙ୍ଗପୁରା ଅନ୍ତର୍ଗତ ଶ୍ରେୟ ହସ୍ପିଟାଲରେ ନିଆଁ ଲାଗିଥିଲା । ଆଇସିୟୁ ବିଭାଗରେ ଅଗ୍ନିକାଣ୍ଡ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ ଟିମ୍ ।

ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ହସ୍ପିଟାଲର ଅନ୍ୟ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ହସ୍ପିଟାଲରେ ଥିବା ପାଖାପାଖି ୩୫ ଜଣ ରୋଗୀଙ୍କୁ ଅନ୍ୟ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.