Latest Odisha News

BREAKING NEWS

ଜମ୍ମୁ କାଶ୍ମୀର: ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟ ଅନୁଯାୟୀ ସୋପିଆ ନିକଟବର୍ତ୍ତୀ ସଫନଗରୀ ଅଞ୍ଚଳରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ନିହତ ୨ଜଣ ଆତଙ୍କବାଦୀଙ୍କ ନାମ ମହମ୍ମଦ ଇଦ୍ରିସ ସୁଲତାନ ଓ ଅନ୍ୟ ଜଣେ ଅମୀର ହୁସେନ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ । ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଘଟଣାସ୍ଥଳରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଏହି ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନ ସଙ୍ଗଠନର ହୋଇଥିବା ନେଇ ଜଣାପଡିଥିବା ବେଳେ ସେମାନଙ୍କ ପାଖରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାକର୍ମୀ ।

Leave A Reply

Your email address will not be published.