Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, କଟକ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

ଅଧିକ ପଢନ୍ତୁ- ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

Leave A Reply

Your email address will not be published.