Latest Odisha News

କୃଷି ଉତ୍ପାଦନ କ୍ଲଷ୍ଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସଚିବାଳୟରେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷି ଉତ୍ପାଦନ କ୍ଲଷ୍ଟର ଯୋଜନାର ଶୁଭାରମ୍ଭ କରିଛନ୍ତି।

ରାଜ୍ୟର ଜନଜାତି ବହୁଳ ଅଞ୍ଚଳରେ ସ୍ୱତନ୍ତ୍ର ଭାବେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନୂତନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅଧୀନରେ ୧୨ଟି ଜିଲ୍ଲାର ୪୦ଟି ବ୍ଲକରେ ଏହି କୃଷି ଉତ୍ପାଦନ କ୍ଲଷ୍ଟର ପ୍ରତିଷ୍ଠା ହେବାର ଲକ୍ଷ୍ୟ ରଖାଯାଇଛି।

ଏହି ଯୋଜନାରେ ରାଜ୍ୟ ସରକାର ୪୦୧. ୬୦ କୋଟି ଟଙ୍କା ଖର୍ଚ୍ଚ ଆକଳନ କରାଯାଇଛି । ଏହାଦ୍ୱାରା ରାଜ୍ୟର ୧ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଆୟ ବୃଦ୍ଧି ହେବ।

ଏହି କାର୍ଯ୍ୟକ୍ରମରେ କୃଷି, ମତ୍ସ ଓ ପ୍ରାଣୀ ସମ୍ପଦ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ମହାରଥୀ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡଃ ସୌରଭ ଗର୍ଗ, ଉଦ୍ୟାନକୃଷି ନିର୍ଦ୍ଦେଶକ ଡଃ ବିଜୟ କେତନ ଉପାଧ୍ୟାୟ, ରାଜ୍ୟ ଜୀବିକା ମିଶନର ନିର୍ଦ୍ଦେଶକ ଏସ୍ ଆର୍ ପ୍ରଧାନ ଭାରତ ରୁରାଲ ଲାଇଭଲିହୁଡ୍ ଫାଉଣ୍ଡେସନ୍ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରେମଥେଶ ଆମବାସ୍ଥା, ଏନଜିଓ ପ୍ରଦାନର ନିର୍ବାହୀ ନିର୍ଦ୍ଦେଶକ ଡି. ନରେନ୍ଦ୍ରନାଥ ଏବଂ ଅନ୍ୟାନ୍ୟ ସରକାରୀ ଅଧିକାରୀଙ୍କ ସମେତ ପ୍ରାୟ ୩ଶହ ଜଣ ଚାଷୀ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ ।

Comments are closed.