Latest Odisha News

BREAKING NEWS

ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୬୯୭ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୦୧୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୬୨୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୮ ଜିଲ୍ଲାରୁ ଏହି ୧୬୪୩ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୧୮୧୦ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫,୧୮୯ଟି କରୋନା ସକି୍ରୟ ମାମଲା ରହିଥିବା ବେଳେ ମୋଟ୍ ୨୮,୬୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୫୯ ଜଣଙ୍କର ମୃତୁ୍ୟ ଘଟିଛି ।

Leave A Reply

Your email address will not be published.