Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୯ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, ଦେବଗଡ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

 

Leave A Reply

Your email address will not be published.