Latest Odisha News

BREAKING NEWS

ରାଜଧାନୀରେ ସ୍ଥିତି ସଙ୍ଗୀନ, ପୁଣି ବାହାରିଲେ ୨୩୭ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ଶହେରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ । ଆଜି ପୁଣି ୨୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧୫ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୫୫୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Comments are closed.