Latest Odisha News

BREAKING NEWS

ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଗୁରୁବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱରର ଏହି ପୂର୍ବତନ ମେୟର ଶ୍ରୀ ଜେନାଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇଥିଲା ଏବଂ ଗୁରୁବାର ସକାଳେ ଏହି ରିପୋର୍ଟ ପଜିଟିଭ ବାହାରିଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ସ୍ଥିର ଥିବା ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଶ୍ରୀ ଜେନା ଏବଂ ଜଣେ ମନ୍ତ୍ରୀଙ୍କୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ଦଳ ବିଜେଡିର ଆଠଜଣ ନେତା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ତନ୍ମଧ୍ୟରେ ରହିଛନ୍ତି- ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ଚେୟାରମ୍ୟାନ୍ ତଥା ବିଜେଡି ସାଧାରଣ ସମ୍ପାଦକ ଶ୍ରୀମୟୀ ମିଶ୍ର, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଖଣ୍ଡପଡା ବିଧାୟକ ତଥା ‘ସମ୍ୱାଦ’ ସମ୍ପାଦକ ସୌମ୍ୟ ରଂଜନ ପଟ୍ଟନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ପ୍ରମୁଖ।

Comments are closed.