ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।
Update on newly detected & cured #COVID19 cases in the last 24 hrs under the BMC area on 21st Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/2TuNqoBEfx— BMC (@bmcbbsr) August 21, 2020
ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୫୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୬୭୨୦ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୬୧୮ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୦୬୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୩୩ ଜଣଙ୍କର ମୃତ୍ୟୁ ଘଟିଛି ।
ଅଧିକ ପଢନ୍ତୁ- କରୋନା ସଂକ୍ରମଣରେ ଆରଟିଓ କର୍ମଚାରୀ ମୃତ
Comments are closed.