Latest Odisha News

BREAKING NEWS

ଓଡିଶାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲ୍ଲାରୁ ୩୨୫୨ ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଶନିବାର ଦିନ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୨୫୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୂଚନାନୁଯାୟୀ ସମ୍ପୃକ୍ତ ପଜିଟିଭଙ୍କ ମଧ୍ୟରୁ ୧୯୮୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୨୬୫ ଜଣ ଲୋକାଲ୍ କଣ୍ଟାକ୍ଟ ବୋଲି ଜଣାପଡିଛି ।

ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ପଜିଟିଭ ଚିହ୍ନଟ-

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୯,୫୭୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୬୭୮୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭ ହଜାର ୯୨୦ରେ ପହଞ୍ଚିଛି ।

Comments are closed.