Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ନୟାଗଡ, ବୌଦ୍ଧ ଓ ଦେବଗଡ ଜିଲ୍ଲା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.