ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଏଠାରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀରୁ ୫୪୧ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 2nd Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Rm5xJsC5Lm— BMC (@bmcbbsr) September 2, 2020
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୨୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୮୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪ ଜଣଙ୍କର ମୃତ୍ୟୁ ହୋଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୦୯,୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮,୪୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୦,୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
Comments are closed.