Latest Odisha News

ଜଗତସିଂହପୁର ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

BjdElectrycity

ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି, ଯାହା ପଜିଟିଭ ଆସିଛି । ମୁଁ ଏବେ ହୋମ୍ ଆଇସୋଲେସନରେ ଅଛି ଏବଂ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।

ତେବେ ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ଏହା ପୂର୍ବରୁ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଭୁବନେଶ୍ୱରର ପୂର୍ବତନ ମେୟର ତଥା (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ବାସୁଦେବପୁର ବିଜେଡି ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ଚେୟାରମ୍ୟାନ୍ ତଥା ବିଜେଡି ସାଧାରଣ ସମ୍ପାଦକ ଶ୍ରୀମୟୀ ମିଶ୍ର, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଖଣ୍ଡପଡା ବିଧାୟକ ତଥା ‘ସମ୍ୱାଦ’ ସମ୍ପାଦକ ସୌମ୍ୟ ରଂଜନ ପଟ୍ଟନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ପ୍ରମୁଖ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ ।

Leave A Reply

Your email address will not be published.