ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ହେବାକୁ ଯାଉଛି ବିବାହ ବିଚ୍ଛେଦ । ସ୍ୱାମୀ ଅନୁଭବଙ୍କ ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । କଟକ ଏସ୍ଡିଜେଏମ୍ କୋର୍ଟରେ ମାମଲା ଦାୟର କରିଛନ୍ତି ବର୍ଷା । ପାରିବାରିକ ହିଂସା ନିରୋଧ ଆଇନ୍ ଧାରା-୧୨ ଅନୁଯାୟୀ ମାମଲା ଦାୟର ହୋଇଛି । ଅନୁଭବ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ ସେ ଅଭିଯୋଗ କରିଛନ୍ତି । ସେ କୋର୍ଟରେ ଭରଣପୋଷଣ ପାଇଁ ଆବେଦନ କରିଛନ୍ତି ।
ଆସନ୍ତା ୭ ତାରିଖରେ ମାମଲାର ପ୍ରଥମ ଶୁଣାଣି ନେଇ ଦିନ ଧାର୍ଯ୍ୟ କରାଯାଇଛି । ବର୍ଷା ଅନୁଭବଙ୍କ ନିକଟରୁ ଘରଭଡ଼ା ବାବଦରେ ୨୦ ହଜାର ଟଙ୍କା, ମାସିକ ଭରଣପୋଷଣ ନିମନ୍ତେ ୫୦ ହଜାର ଟଙ୍କା, କ୍ଷତିପୂରଣ ବାବଦକୁ ୧୩ କୋଟି ଟଙ୍କା ଏବଂ ଚିକିତ୍ସା ଓ ରୋଜଗାର ହରାଇଥିବାରୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ସେପଟେ ଅଭିନେତା ଅନୁଭବ ମହାନ୍ତି କହିଲେ ବର୍ତ୍ତମାନ ସୁଦ୍ଧା କିଛି ଲିଗାଲ ନୋଟିସ ଆସିନି, ଆସିଲେ ଜଣାଇବି ।
ପୂର୍ବରୁ ବର୍ଷା ଓ ଅନୁଭବଙ୍କ ମଧ୍ୟରେ ସବୁ କିଛି ଠିକ ଚାଲିନଥିବା କଥା ଶୁଣିବାକୁ ମିଳିଥିଲା । ଦୁହେଁ ଅଲଗା ହେବାକୁ ମଧ୍ୟ ଚାହୁଁଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା । ଏପରିକି ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି ଓ ନିଜଠାରୁ ଅଲଗା ରହିବାକୁ ଅନୁଭବ ବାରବାର ବର୍ଷାଙ୍କୁ ବାଧ୍ୟ କରୁଥିବାର ଖବର ବି ବେଶ ଚର୍ଚ୍ଚା ସୃଷ୍ଟି କରିଥିଲା ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.