Latest Odisha News

BREAKING NEWS

ଭାରସାମ୍ୟ ହରାଇ ଓଲଟି ପଡିଲା ୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌ । ଏଥିରେ ୫ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ।

ସୂଚନାନୁସାରେ, ୫୦ ଜଣ ଯାତ୍ରୀଙ୍କୁ ନେଇ ରାଉରକେଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ଏହି ବସ୍ ଟି କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିପଡିଥିଲା । ଯାହାଫଳରେ ଗାଡିରେ ଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୫ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି।

Leave A Reply

Your email address will not be published.