ଗୁଣପୁର: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମା ସ୍ଥିତ ଉପଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ଗୁଣପୁର ଉପଜିଲ୍ଲାପାଳ, ଲଳିତ କୁମାର କହଁର, ଅତିରିକ୍ତ ଆରକ୍ଷୀ ଅଧିକାରୀ ବିଜୟ କୁମାର ନନ୍ଦ, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ ଶାନ୍ତିପ୍ରଭା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ।
ଆଜି ମୋଟ ୪୦ଟି ଅଭିଯୋଗ ଆସିଥିଲା ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ ଗୋଟି ଗ୍ରାମବାସୀମାନଙ୍କର ସାମୂହିକ ଅଭିଯୋଗ ଥିଲା। ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗ ଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ରାସ୍ତା, ପାନୀୟ ଜଳ, ଘର ପଟ୍ଟା ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନ ଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
Comments are closed.